ଦୁଇ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା; କାଲି ହେବ ଆୟୁଷ୍ମାନ ଭାରତର ଶୁଭାରମ୍ଭ ।

କାଲିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା। ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। କାଲି ଅପରାହ୍ନ ୧ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। କଟକରେ ଅନୁଷ୍ଠିତ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା ଶୁଭାରମ୍ଭ କରିବା ସହ କାର୍ଯ୍ୟକ୍ରମ ରେ ଯୋଗଦେବେ।

୧୨ ତାରିଖରେ ପୁରୀରେ ବିଜେପି ପ୍ରଶିକ୍ଷଣ ଶିବିର ଉଦ୍‌ଘାଟନ କରିବେ ଜେପି ନଡ୍ଡା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୪ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଛନ୍ତି। ଦିଲ୍ଲୀ ଗସ୍ତର ଅନ୍ତିମ ଦିନରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ଓଡ଼ିଶାରେ ଅପରାଧିକ ଆଇନର କାର୍ଯ୍ୟକାରିତାର ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ଗଣମାଧ୍ୟମକୁ ଦେଇଥିବା ପ୍ରତିକ୍ରିୟାରେ ମଧ୍ୟ ଏହି ପ୍ରସଙ୍ଗ ଉଲ୍ଲେଖ କରିଛନ୍ତି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial