ଆଜି ବି ରାଜ୍ୟରେ ପ୍ରଭାବ ଦେଖାଇବ କାଳବୈଶାଖୀ । ଉପକୂଳ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଝଡତୋଫାନ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଶୁକ୍ରବାର ଅପରାହ୍ନ ସୁଦ୍ଧା କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ପୁରୀ, ନବରଙ୍ଗପୁର, ଅନୁଗୋଳ, ବୌଦ୍ଧ, କଳାହାଣ୍ଡି ଆଦି ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ତେଣୁ ଏହିସବୁ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି । ଅନ୍ୟ ୧୫ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ୟେଲୋ ୱାର୍ଣ୍ଣି ରହିଛି । ଆସନ୍ତା ୭ରୁ ୧୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଉଷ୍ଣ ଓ ଆର୍ଦ୍ର ଅବସ୍ଥା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ରାଜ୍ୟରେ କାଳବୈଶାଖୀର ପ୍ରଭାବ; ଅପରାହ୍ନ ସୁଦ୍ଧା ବଜ୍ରପାତ ସହ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ।

Leave a Reply