କିଛିଦିନ ପାଇଁ ରାଜ୍ୟରେ ଖରାରୁ ମିଳିବ ତ୍ରାହି। ମେ’୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଆଜି ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ଏବଂ ଅନ୍ୟ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। କିଛି କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ପରି ବର୍ଷା ସମୟରେ ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ମଧ୍ୟ ରହିଛି।
ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ହେଲା, ଭଦ୍ରକ, ମୟୁରଭଞ୍ଜ, ବାଲେଶ୍ୱର, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଏବଂ ବରଗଡ଼। ସେହିପରି ଅନ୍ୟ ୨୧ ଜିଲ୍ଲାକୁ ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ପାଇଁ ମଧ୍ୟ କାଳବୈଶାଖୀ ନେଇ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
Leave a Reply