ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉ ମାନଙ୍କର ଅନୁଷ୍ଠିତ ହେବ ଖସାପଡା ନୀତି । ତେଣୁ ଆଜି ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଏହା ଏକ ଗୁପ୍ତ ସେବା ହେଇଥିବାରୁ ନୀତି ସମୟରେ ଦର୍ଶନରୁ ବଞ୍ଚିତ ରହିବେ ଶ୍ରଦ୍ଧାଳୁ । ମଧ୍ୟାହ୍ନ ଧୂପ ପରେ ଜୟ ବିଜୟ ଦ୍ୱାର ବନ୍ଦ କରାଯାଏ । ତେବେ ଏହି ନୀତି ଦଇତାପତି ସେବାୟତମାନଙ୍କର ଗୋଷ୍ଠୀଗତ ଏବଂ ଗୁପ୍ତ ସେବା ଅଟେ । ଶ୍ରୀଜିଉମାନଙ୍କ ଅଙ୍ଗବ୍ୟଥା ଦୂର କରିବା ପାଇଁ ଏହି ନୀତି ଅନୁଷ୍ଠିତ ହୋଇଥାଏ। ବର୍ଷକୁ ୨ ରୁ ୩ ଥର ଏହି ଗୁପ୍ତ ସେବା ଅନୁଷ୍ଠିତ ହୋଇଥାଏ । ଏହି ନୀତି ସମ୍ପୂର୍ଣ୍ଣ ହେବା ପାଇଁ ୪ ରୁ ୫ ଘଣ୍ଟା ସମୟ ଲାଗିଥାଏ । ଖସାପଡା ନୀତି ସମ୍ପୂର୍ଣ୍ଣ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥାଏ। ଖସାପଡା ନୀତି ସରିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଚାଲୁ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।
ଆଜି ଶ୍ରୀଜୀଉଙ୍କ ଖସାପଡା ନୀତି; ୫ ରୁ ୧୦ ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Leave a Reply