ଶ୍ରୀମନ୍ଦିରେ ବାରମ୍ବର ହିଡେନ୍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍ କ୍ୟାମେରା ନେଇ ଭକ୍ତମାନେ ପ୍ରବେଶ କରୁଥିବାରୁ ଏହାକୁ ଗମ୍ଭୀରତାର ସହ ବିଚାର କରୁଛୁ ବୋଲି ମନ୍ତ୍ରୀ କହିଛନ୍ତି ।
ଏହା ଜାଣିବା ବି କଷ୍ଟ, କେବଳ ଫଟୋ ଉଠାଇବା ବେଳେ ଜାଣି ହେବ । ଆହୁରି କଠୋରତାର ସହ କିପରି ଚେକିଂ କରାଯିବ ସେନେଇ ବିଚାର କରାଯାଉଛି । ଏଭଳି ଚଞ୍ଚକତା କରି ଶ୍ରୀମନ୍ଦିର ଫଟୋ ଉଠାଇବାକୁ ଚେଷ୍ଟା କରୁଛନ୍ତି ସେମାନଙ୍କୁ ଉଚିତ ଦଣ୍ଡ ଦିଆଯିବ ।
Leave a Reply