ଆସୁଛି ଦୁଇଟି ଲଘୁଚାପ । ମେ ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ମେ ୨୧ ତାରିଖ ଅର୍ଥାତ ଆସନ୍ତାକାଲି ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ମେ ୨୨ ବେଳକୁ ଏହା ଲଘୁଚାପର ରୂପ ନେବ । ଏହି ଲଘୁଚାପ ଅଧିକ ଘନୀଭୂତ ହେଇ ଉତ୍ତରକୁ ଗତି କରିପାରେ । ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ସେହିପରି ମେ ୨୭ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେବାର ଆକଳନ କରିଛି ପାଣିପାଗ ବିଭାଗ । ଅନ୍ୟପଟେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ପବନ ହୋଇଛି । ପଞ୍ଜାବରୁ ଉତ୍ତର ବାଂଲାଦେଶ ପର୍ଯ୍ୟନ୍ତ ପୂର୍ବରୁ-ପଶ୍ଚିମ ଯାଏଁ ଏକ ଟ୍ରଫ୍ ଲାଇନ ରହିଛି । ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆସୁଛି ଦୁଇଟି ଲଘୁଚାପ; ବାତ୍ୟାର ରୂପ ନେବା ସମ୍ଭାବନା !












Leave a Reply