ନାମାଙ୍କନ ଭରିଲେ ମନମୋହନ ସାମଲ; ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭରିଲେ ନାମାଙ୍କନ:

ରାଜ୍ୟ ବିଜେପି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ମନମୋହନ ସାମଲ । କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭରିଲେ ନାମାଙ୍କନ । ପୁଣି ଥରେ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ସମ୍ଭାବନା । ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ. କେ. ଲକ୍ଷ୍ମଣଙ୍କ ନିର୍ଦ୍ଦେଶାନୁଯାୟୀ ସୋମବାର ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ନାମାଙ୍କନ ସମ୍ପର୍କିତ ଆପତ୍ତି ଅଭିଯୋଗର ଯାଞ୍ଚ କରାଯାଇ ୪ଟା ସୁଦ୍ଧା ଅନ୍ତିମ ସୂଚୀ ପ୍ରକାଶ କରାଯିବ ଏବଂ ଚିହ୍ନ ଆବଣ୍ଟନ କରାଯିବ । ଆବଶ୍ୟକ ହେଲେ ୮ତାରିଖ ପୂର୍ବାହ୍ନ ୯ଟାରୁ ୧୧ଟା ପର୍ଯ୍ୟନ୍ତ ମତଦାନ ହେବ ଏବଂ ୧୧ଟା ୩୦ ସୁଦ୍ଧା ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯିବ । ଏହି ନିର୍ବାଚନ ପ୍ରକ୍ରିୟାର ସୁପରିଚାଳନା ଓ ତଦାରଖ କରିବା ପାଇଁ କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ସଞ୍ଜୟ ଜୟସ୍ୱାଲଙ୍କୁ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି । ଏହି ପ୍ରକ୍ରିୟା ୮ ତାରିଖ ଦିନ ଶେଷ ହେବ ବୋଲି ରାଜ୍ୟ ଭାଜପା ସାଧାରଣ ସମ୍ପାଦକ ଯତୀନ ମହାନ୍ତି କହିଛନ୍ତି।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial