ଆଜିଠୁ ରାଜ୍ୟର ଅନେକ ଜିଲ୍ଲାରେ ମୌସୁମୀ ଜନିତ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେଉଥିବାବେଳେ ୧୯ ତାରିଖ ଯାଏଁ ଏହା ଜାରି ରହିବ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳ ଆଦି ୪ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହୋଇପାରେ। ତେଣୁ ଏହିସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯିବା ସହ ଏସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହାସହ ବିଜୁଳି ଓ ଘଡ଼ଘଡ଼ି ନେଇ ୨୬ ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ଝଡ଼ବର୍ଷା ଫଳରେ ଆସନ୍ତା ୩ଦିନ ମଧ୍ୟରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇପାରେ। ଗୁରୁବାର ଭୁବନେଶ୍ୱରରେ ସର୍ବାଧିକ ୧୨.୨ ମିମି ବର୍ଷା ରେକର୍ଡ ହୋଇଥିବାବେଳେ ଚାନ୍ଦବାଲିରେ ୧୨.୦, ବଲାଙ୍ଗୀରରେ ୫.୬ ଏବଂ ଗୋପାଳପୁର, ଖୋର୍ଦ୍ଧା ଓ କେନ୍ଦ୍ରାପଡ଼ାରେ ୫.୦ ମିମି ଲେଖାଏ ବର୍ଷା ହୋଇଛି।
ଆଜିଠୁ ରାଜ୍ୟରେ ମୌସୁମୀ ଜନିତ ପ୍ରବଳ ବର୍ଷା; ୧୯ ତାରିଖ ଯାଏଁ ଜାରି ରହିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା

Leave a Reply