ୱାକଫ୍ ବିଲକୁ ସମର୍ଥନ କରିବାରୁ ସସ୍ମିତ ପାତ୍ରଙ୍କୁ କଡା ସମାଲୋଚନା କଲେ ସାଂସଦ ମୁନା ଖାନ୍‌ ।

ୱାକଫ୍ ବିଲକୁ ସମର୍ଥନ କରିବାରୁ ସସ୍ମିତ ପାତ୍ରଙ୍କୁ କଡ଼ା ସମାଲୋଚନା କଲେ ସାଂସଦ ମୁନା ଖାନ୍‌। ଭୁବନେଶ୍ୱର ଫେରି ସସ୍ମିତଙ୍କ ଉପରେ ଗର୍ଜିଲେ ରାଜ୍ୟସଭା ସାଂସଦ ମୁନା ଖାନ୍‌। କହିଲେ ଦଳରେ ଦୋମୁହାଁ ନୀତି ଚଳିବ ନାହିଁ ବୋଲି କହିଲେ। ଯାହାର ଯିବାର ଅଛି ବିଜେପିକୁ ପଳାନ୍ତୁ, ଦୋମୁହାଁ ନୀତି ଚଳିବନି। ମୁଁ ସିଧା ଯାଇ ଦଳର ସଭାପତି ନବୀନ ବାବୁଙ୍କୁ ସବୁ ଜଣାଇବି। ସଂସଦୀୟ ବୋର୍ଡ ବୈଠକରେ ବିଲ୍‌କୁ ବିରୋଧ ନିଷ୍ପତ୍ତି ହୋଇଥିଲା। ବିଲ୍‌ ବିରୋଧରେ ଭୋଟ୍‌ ପାଇଁ ନବୀନ ବାବୁ ସ୍ପଷ୍ଟ ଭାବେ କହିଥିଲେ। କିନ୍ତୁ ସସ୍ମିତ କାହିଁକି ଟ୍ୱିଟ୍ କରି ବିବେକାନୁମୋଦିତ ଭୋଟ ପାଇଁ କହିଲେ ଜାଣିନି ।

ଯେତେବେଳେ ରାଜ୍ୟସଭାରେ ବିଲ୍ ଆସିଲା ମୁଁ ବିରୋଧ କଲି । କିନ୍ତୁ ସଂସଦୀୟ ଦଳ ନେତା ସସ୍ମିତ ପାତ୍ର ଟ୍ୱିଟ୍ କଲେ ଯେ, ବିବେକ ଅନୁସାରେ ଭୋଟ୍ ଦିଅନ୍ତୁ । ଏହାକୁ ମୁଁ ଦୃଢ଼ ଭାବେ ଖଣ୍ଡନ କରୁଛି  । ଟ୍ୱିଟ୍ କରିବା ପରଠୁ ଏଯାଏଁ ତାଙ୍କୁ ମୁଁ ପାଉନି । ସେ ବିଦେଶ ଗସ୍ତରେ ଅଛନ୍ତି ଫେରିଲେ ଉତ୍ତର ଦେବେ କିଏ କହିଲା ତାଙ୍କୁ ସମର୍ଥନ କରିବାକୁ । ମୋର ବିଶ୍ୱାସ ନବୀନ ବାବୁ ୱାକଫ୍ ବିଲକୁ ସମର୍ଥନ କରିବାକୁ କହିନଥିବେ କାରଣ ବିଜୁ ଜନତା ଦଳ ସବୁବେଳେ ଧର୍ମ ନିରପେକ୍ଷତାକୁ ବିଶ୍ୱାସ କରେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial