ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୌମ୍ୟାଶ୍ରୀଙ୍କ ମୃତ୍ୟୁରେ ମର୍ମାହତ ବୋଲି କହିଲେ ନବୀନ । ଦୁଃଖ ପ୍ରକାଶ କରିବା ସହ ଟ୍ୱିଟ୍ କରି ସରକାରଙ୍କ ଉପରେ ବର୍ଷିଛନ୍ତି ନବୀନ । ସେ କହିଛନ୍ତି, ବିଫଳ ବ୍ୟବସ୍ଥା କିପରି ଜଣଙ୍କ ଜୀବନ ନେଇପାରେ, ତାହା ଭାବିଲେ ବିଚଳିତ ଲାଗୁଛି । ସବୁଠୁ ଦୁଃଖର କଥା ହେଲା, ଏହା କୌଣସି ଦୁର୍ଘଟଣା ନୁହେଁ, ଏହା ବିଫଳ ବ୍ୟବସ୍ଥାର ଫଳ । ନ୍ୟାୟ ପାଇବାକୁ ସଂଗ୍ରାମ କରି ଜଣେ ଝିଅଟି ଆଖି ବୁଜିଦେଇଛି ।

ସୌମ୍ୟାଶ୍ରୀଙ୍କ ଏହି ମୃତ୍ୟୁ ଘଟଣାକୁ ନେଇ ରାଜନୀତି ତେଜିବାରେ ଲାଗିଛି । ଏହି ଘଟଣାକୁ ନେଇ ସରକାରଙ୍କ ଉପରେ ଘନ ଘନ ଆକ୍ରମଣ କରୁଛନ୍ତି ବିରୋଧୀ । ଘଟଣାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଦୁଃଖପ୍ରକାଶ କରିବା ସହ ରାଜ୍ୟପାଳ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଦୁଃଖପ୍ରକାଶ କରିବା ସହ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial