ନୂଆ ଡିଜାଇନ୍‌ରେ ହେବ ମେଟ୍ରୋ ପ୍ରକଳ୍ପ; ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୂଚନା ।

ରାଜଧାନୀରେ ନୂଆ ଡିଜାଇନ୍‌ରେ ହେବ ମେଟ୍ରୋ ପ୍ରକଳ୍ପ । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସୂଚନା । କହିଲେ କେନ୍ଦ୍ରକୁ ବିଧିବଦ୍ଧ ପ୍ରସ୍ତାବ ଦିଆଯିବ । ଏଥିପାଇଁ ନୂଆ କମିଟି ଗଠନ କରାଯିବ । ଏହି କମିଟି ମେଟ୍ରୋ ଚାଲୁଥିବା ରାଜ୍ୟକୁ ଯାଇ ଅନୁଧ୍ୟାନ କରିବ । କେନ୍ଦ୍ର ସରକାରଙ୍କ ସହଯୋଗରେ ହେବ ମେଟ୍ରୋ । 

ମେଟ୍ରୋ ପ୍ରକଳ୍ପ ନେଇ ମନ୍ତ୍ରୀସ୍ତରୀୟ ସବ୍‌ କମିଟିର ଦ୍ଵିତୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ବୈଠକରେ କମ୍ପ୍ରେହେନସିଭ ମୋବିଲିଟି ଯୋଜନା ତିଆରି ହୋଇଛି । କେଉଁ ଲାଇନରେ ଯିବ, କେଉଁ ଜାଗାରେ ପାର୍କିଙ୍ଗ ଅଞ୍ଚଳ ହେବ, ସେନେଇ ଟେକ୍ନିକାଲ କମିଟି ରିପୋର୍ଟ ଦେବ । ସାଧାରଣ ଲୋକଙ୍କ ମତାମତ ମଧ୍ୟ ନିଆଯିବ ।   

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial