ଏଣିକି ମହିଳାମାନେ ରାତିରେ ବିଭିନ୍ନ ଘରୋଇ ସଂସ୍ଥାରେ କାର୍ଯ୍ୟ କରିପାରିବେ । ରାତିରେ କାମ କରିବା ପାଇଁ ମହିଳା କର୍ମଚାରୀଙ୍କ ସହମତି ଆବଶ୍ୟକ ରହିଛି । ନାଇଟ୍ ସିଫ୍ଟରେ କାମ କରିବା ପାଇଁ ମହିଳା ଦେବେ ସହମତି ପତ୍ର । ଏନେଇ ଶ୍ରମ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ମହିଳାଙ୍କୁ ସ୍ବାବଲମ୍ବୀ କରିବା ଏବଂ ସେମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଶ୍ରମ ବିଭାଗ ପକ୍ଷରୁ ଓଡ଼ିଶା ଦୋକାନ ଏବଂ ବ୍ୟବସାୟିକ ପ୍ରତିଷ୍ଠାନ ଆଇନ-୧୯୫୬ରେ କେତେକ ପରିବର୍ତ୍ତନ କରାଯାଇଛି । ଜିପିଏସ୍ ଟ୍ରାକିଂ ବ୍ୟବସ୍ଥା ସହ ପରିବହନ ସୁବିଧା ଥିବା ଆବଶ୍ୟକ । ରାତିରେ ମହିଳାଙ୍କୁ ଘରୁ ଆଣିବା ଓ ଛାଡ଼ିବା ପାଇଁ ବ୍ୟବସ୍ଥା ରହିବା ଆବଶ୍ୟକ ।
ଏଣିକି ମହିଳାମାନେ ରାତିରେ କାମ କରିବା ପାଇଁ ଦେବେ ସହମତି ପତ୍ର:

Leave a Reply