ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ରାଜଧାନୀରେ ରାଜ୍ୟସ୍ତରୀୟ ସ୍ଵାଧୀନତା ପାଳିତ ଅବସରରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଥିଲେ । ଏବଂ ସ୍ଵାଧୀନତା ସଂଗ୍ରାମୀମାନଙ୍କୁ ସ୍ମରଣ କରି ସ୍ଵାଧୀନତା ଦିବସ ପାଇଁ ସାରା ଓଡ଼ିଶା ଉତ୍ସବମୁଖର ବୋଲି କହିଥିଲେ। ଏହାଛଡା ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଅଧିକ ଚାଉଳ ଯୋଗାଇବାକୁ ନିଷ୍ପତ୍ତି ନିଆଯାଇଛି ବୋଲି କହିଥିଲେ । ୧୧ଟି ଜିଲ୍ଲାକୁ ଅତିରିକ୍ତ ୫ କେଜି ଚାଉଳ ମାଗଣାରେ ଯୋଗାଇବାକୁ ନିଷ୍ପତ୍ତି । ୮ KBK ଜିଲ୍ଲା ସହ ବୌଦ୍ଧ, ଗଜପତି ଓ କନ୍ଧମାଳ ଜିଲ୍ଲାକୁ ମଧ୍ୟ ଏହି ସୁବିଧା ମିଳିବ । ୩ ମାସ ପାଇଁ ୨୭ ଲକ୍ଷରୁ ଊର୍ଦ୍ଧ୍ୱ ପରିବାରକୁ ସୁବିଧା ମିଳିବ । ମୋଟ ୪୧ ହଜାର ୮୨ ମେଟ୍ରିକ ଟନ୍ ଅତିରିକ୍ତ ଚାଉଳ ବଣ୍ଟନ କରାଯିବ । ରାଜ୍ୟ ସରକାର ନିଜ ପାଣ୍ଠିରୁ ପ୍ରାୟ ୧୮୦ କୋଟି ଟଙ୍କା ଖର୍ଚ୍ଚ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ୧୧ଟି ଜିଲ୍ଲାକୁ ୫ କେଜି ଚାଉଳ ମାଗଣାରେ ଯୋଗାଇବାକୁ ନିଷ୍ପତ୍ତି ।

Leave a Reply