ଅକ୍ଷର ବ୍ୟୁରୋ: ଆସନ୍ତା ଫେବ୍ରୁଆରି ମାସରେ ହେବ ଯୁକ୍ତ ଦୁଇ ପରୀକ୍ଷା । ଫେବ୍ରୁଆରି ମାସ ୧୫ ତାରିଖରୁ ୨୫ ତାରିଖ ଭିତରେ ହେବ ପରୀକ୍ଷା । ଏନେଇ ସୂଚନା ଦେଲେ CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା । ଏଥିପାଇଁ ଡିସେମ୍ବର ୧୫ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ । ତେବେ ମିଳିଥିବା ସୂଚନା ମୁତାବକ, ଇଣ୍ଟରନାଲ ପରୀକ୍ଷା ଡ଼ିସେମ୍ବର ୨୨ରୁ ୩୧ ଭିତରେ ହେବ । ଯେଉଁମାନେ ଏହି ସମୟରେ ଇଣ୍ଟରନାଲ ଦେଇପାରିବେ ନାହିଁ, ସେମାନେ ଜାନୁଆରୀ ୧୦ରୁ ୧୫ ଭିତରେ ଇଣ୍ଟରନାଲ ପରୀକ୍ଷା ଦେବା ପାଇଁ ଆଉ ଏକ ସୁଯୋଗ ପାଇବେ । ଜାନୁଆରୀ ୨ରୁ ୧୫ ଯାଏଁ ହେବ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଏକ୍ସ-ରେଗୁଲାର ଫର୍ମ ଫିଲ୍ଅପ ଅକ୍ଟୋବର ୧୩ରୁ ନଭେମ୍ବର ୨୨ ତାରିଖ ଯାଏଁ ଚାଲିବ । ସେହିପରି ଆସନ୍ତା ଅକ୍ଟୋବର ୨୦ରୁ ନଭେମ୍ବର ୨୨ ଯାଏଁ ରେଗୁଲାର ପିଲାଙ୍କ ଫର୍ମ ଫିଲ୍ଅପ ଚାଲିବ । ନଭେମ୍ବର ୨୯ ସୁଦ୍ଧା ପରୀକ୍ଷା ସେଣ୍ଟରରେ ଲାଗିବ ସିସିଟିଭି କ୍ୟାମେରା । ଏଥର ମୋଟ୍ ୧୩୪୯ ସେଣ୍ଟରରେ ହେବ ଯୁକ୍ତ ଦୁଇ ପରୀକ୍ଷା ।
ଫେବ୍ରୁଆରି ୧୫ ରୁ ୨୫ ତାରିଖ ଭିତରେ ହେବ ଯୁକ୍ତ ଦୁଇ ପରୀକ୍ଷା; ସୂଚନା ଦେଲେ CHSE ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ।












Leave a Reply