ମୁହାଁମୁହିଁ ହେଲେ ପୋଲିସ-ବିଜେଡି କର୍ମୀ; ଲୋୟର ପିଏମ୍‌ଜିରେ ବାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ ।

ଆନ୍ଦୋଳନ ବେଳେ ପୋଲିସ-ବିଜେଡି କର୍ମୀ ମୁହାଁମୁହିଁ । ଲୋୟର ପିଏମ୍‌ଜିରେ ପ୍ରଥମ ବାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ । ବିଜେଡି କର୍ମୀଙ୍କ ଉପରେ ପାଣି ମାଡ଼ କଲା ପୋଲିସ । ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ । ଲୋୟର ପିଏମଜିରେ ଶହଶହ ବିଜେଡି କର୍ମୀ । ବାଲେଶ୍ୱର ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଚାଲିଛି ପ୍ରତିବାଦ । ବିଜେଡିର ବରିଷ୍ଠ ନେତାଙ୍କ ସହ ଯୁବ-ଛାତ୍ର ଓ ମହିଳା କର୍ମୀ ସାମିଲ ହୋଇଛନ୍ତି ଆନ୍ଦୋଳନରେ । ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି । ବିଧାନସଭା ଚତୁଃପାର୍ଶ୍ୱରେ କମିଶନରେଟ୍ ପୋଲିସର ଛାଉଣି । ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ନଜର ରଖିଛି ଡ୍ରୋନ୍ । ଆଇନ୍ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନେଇ ଚେତାବନୀ ଦିଆଯାଇଛି ।

ତେବେ ଆନ୍ଦୋଳନ ବେଳେ ପୋଲିସ-ବିଜେଡି କର୍ମୀ ମୁହାଁମୁହିଁ ହୋଇଛି । ଆନ୍ଦୋଳନ ବେଳେ ପାଣିମାଡ଼ ପରେ ଲୁହବୁହା ଗ୍ୟାସ ପ୍ରୟୋଗ କରିଛି ପୋଲିସ । ଲୋୟର ପିଏମ୍‌ଜିରେ ପ୍ରଥମ ବାରିକେଡ୍ ଭାଙ୍ଗିଲେ ବିଜେଡି କର୍ମୀ । ସେପଟେ ୮ ଘଣ୍ଟିଆ ବାଲେଶ୍ୱର ବନ୍ଦ ଡାକରା ଦେଇଛି ବିଜେଡି । FM ଛାତ୍ରୀ ମୃତ୍ୟୁକୁ ନେଇ ବାଲେଶ୍ୱରରେ ରାଜରାସ୍ତାକୁ ଓହ୍ଲାଇଛି ବିଜେଡି । ସକାଳ ୬ଟାରୁ ଧର୍ମଘଟ ଆରମ୍ଭ ହୋଇଥିବାବେଳେ ଦିନ ୨ଟାଏ ଯାଏଁ ଚାଲିବ ଆନ୍ଦୋଳନ । ରାସ୍ତାରେ ଟାୟାର ଜାଳି ପ୍ରତିବାଦ ଚଳାଇଛନ୍ତି ବିଜେଡି କର୍ମୀ । ହାତରେ ପୋଷ୍ଟର ଓ ପ୍ଲାକାର୍ଡ ଧରି ନାରାବାଜି କରୁଛନ୍ତି । ବନ୍ଦ ପ୍ରଭାବରେ ସହରରେ ଦୋକାନ ବଜାର ଓ ଗାଡ଼ି ଚଳାଚଳ ବନ୍ଦ ରହିଛି । ସରକାରୀ ଓ ବେସରକାରୀ ଅଫିସ୍ ମଧ୍ୟ ବନ୍ଦ ରଖାଯାଇଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial