ଦେଶ ସେବାରେ ସାହସିକତା ପାଇଁ ଓଡ଼ିଶାରୁ ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ଏବଂ ୯ ଜଣଙ୍କୁ ସାହସିକତା ପଦକ ପ୍ରଦାନ ।

ସ୍ୱାଧୀନତା ଦିବସ ଅବସରରେ ଦେଶରେ ବୀରତା ଏବଂ ସେବା କ୍ଷେତ୍ରରେ ଉତ୍କର୍ଷତା ହାସଲ କରିଥିବା କର୍ମଚାରୀମାନଙ୍କୁ ସମ୍ମାନିତ କରାଯିବ । ଗୃହ ମନ୍ତ୍ରଣାଳୟ ପକ୍ଷରୁ ୧ହଜାର ୯୦ ଜଣ ପୁଲିସ, ଅଗ୍ନିଶମ, ହୋମଗାର୍ଡ, ନାଗରିକ ପ୍ରତିରକ୍ଷା ଏବଂ ସୁଧାର ସେବା କର୍ମଚାରୀଙ୍କୁ ସାହସିକତା ତଥା ସେବା ପଦକ ପ୍ରଦାନ ପାଇଁ ଘୋଷଣା କରାଯାଇଛି । ଏହି ସମ୍ମାନ ଦେଶ ସେବାରେ ସାହସିକତା ଏବଂ ସମର୍ପଣ ଭାବ ପ୍ରଦର୍ଶନ କରିଥିବା ବ୍ୟକ୍ତି ବିଶେଷଙ୍କୁ ପ୍ରଦାନ କରାଯିବ । ଓଡ଼ିଶାରୁ ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ଏବଂ ୯ ଜଣଙ୍କୁ ସାହସିକତା ପଦକ ପ୍ରଦାନ କରାଯିବ । ଏଏସ୍‌ପି ରବୀନ୍ଦ୍ର ପଣ୍ଡା ଏବଂ କମାଣ୍ଡାଣ୍ଟ ନରେଶ ପଟେଲଙ୍କୁ ରାଷ୍ଟ୍ରପତି ପଦକରେ ସମ୍ମାନିତ କରାଯିବ । ସେହିପରି ୧୧ ଜଣଙ୍କୁ ଉଲ୍ଲେଖନୀୟ ସେବା ପାଇଁ ପଦକ ମିଳିବ । 

ଗୃହ ମନ୍ତ୍ରାଳୟ ଅନୁଯାୟୀ, ମୋଟ ୨୩୩ ଜଣ କର୍ମଚାରୀଙ୍କୁ ବୀରତା ପଦକ ପ୍ରଦାନ କରାଯିବ । ସେମାନଙ୍କ ମଧ୍ୟରେ ୨୨୬ ଜଣ ପୁଲିସ, ୬ ଜଣ ଅଗ୍ନିଶମ ବାହିନୀ ଏବଂ ଜଣେ ଜଣେ ଗୃହରକ୍ଷୀ ଓ ନାଗରିକ ପ୍ରତିରକ୍ଷା କର୍ମଚାରୀ ରହିଛନ୍ତି । ଜୀବନ ଏବଂ ସମ୍ପତ୍ତି ରକ୍ଷା, ଅପରାଧ ରୋକିବା କିମ୍ବା ଅପରାଧୀଙ୍କୁ ଧରିବାରେ ଅସାଧାରଣ ସାହସ ଦେଖାଇଥିବା ଲୋକଙ୍କୁ ବୀରତା ପଦକ ପ୍ରଦାନ କରାଯାଇଥାଏ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial