ଆଜି ପୁଣି ଶ୍ରୀମନ୍ଦିରରେ ୫ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣଙ୍କ ଦର୍ଶନ। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇ ଏପରି ନିଷ୍ପତ୍ତି ନିଆଯାଇଛି । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୫ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପ୍ରଥା ଓ ପରମ୍ପରା ଅନୁଯାୟୀ, ଶ୍ରୀମନ୍ଦିରରେ ପ୍ରତି ବୁଧବାର କିମ୍ବା ଗୁରୁବାର ବନକ ଲାଗି ନୀତି ଅର୍ଥାତ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି କରାଯାଏ । ପ୍ରାୟ ୫ ଘଣ୍ଟା ଧରି ଏହି ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।
ଶ୍ରୀମନ୍ଦିରରେ ବନକ ଲାଗି ନୀତି ଯୋଗୁଁ ୫ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣଙ୍କ ଦର୍ଶନ।

Leave a Reply