ସ୍ପଷ୍ଟ ଚିହ୍ନିତ ରୂପରେ ପରିଣତ ହେଲା ଲଘୁଚାପ; ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ ।

ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରର ମଧ୍ୟଭାଗରେ ଥିବା ଲଘୁଚାପ କ୍ଷେତ୍ର ପଶ୍ଚିମ ଦିଗକୁ ଗତି କରି ଆଜି ୨୬ ସେପ୍ଟେମ୍ବର ସକାଳ ସାଢ଼େ ୫ଟାରେ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ସୁଚିନ୍ତିତ ନିମ୍ନ ଚାପ କ୍ଷେତ୍ର ଭାବରେ ଅବସ୍ଥିତ । ଆହୁରି ପଶ୍ଚିମ ଦିଗକୁ ଗତି କରି, ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳର ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଏକ ଡିପ୍ରେସନରେ ପରିଣତ ହେବାର ସମ୍ଭାବନା ଅଧିକ । ଯାହାଫଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେପଟେ ଆଉ ଏକ ଘୂର୍ଣ୍ଣିବଳୟ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି । ଏହା ପଶ୍ଚିମ ଆଡ଼କୁ ଗତି କରିଛି । ଏହାର ପ୍ରଭାବରେ ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଲଘୁଚାପ ଅଧିକ ବଳ ଗୋଟାଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳର ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହୋଇ ଶୁକ୍ରବାର ଅବପାତର ରୂପ ନେଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହି ଦୁର୍ବଳ ହୋଇଛି।

୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା,ଉତ୍ତର ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ଅଵପାତ । ପରିଣାମରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅତିପ୍ରବଳ ବର୍ଷା ସହ ଦକ୍ଷିଣ ଓଡ଼ିଶା ଅନ୍ତର୍ଗତ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପୂର୍ବାନୁମାନ କରାଯାଇଛି । ଏବେ ପରବର୍ତ୍ତୀ ୨ରୁ ୩ ଘଣ୍ଟା ଭିତରେ ରାୟଗଡ଼ା, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ଗଞ୍ଜାମ ଓ ଗଜପତିର କିଛି ଅଞ୍ଚଳରେ ବର୍ଷା ସହ ଘଡ଼ଘଡ଼ି ପାଇଁ ସତର୍କ କରାଯାଇଛି । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷାର ଚେତାବନୀ ଦିଆଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରିରେ ଆଜି ସବୁ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି । ଏହାସହ ୨ ଅକ୍ଟୋବରରେ ପୁଣି ଏକ ଅବପାତ ସୃଷ୍ଟି ହେବା ସମ୍ଭାବନା ରହିଛି । ସେପେଟ ସକାଳୁ ସକାଳୁ ଉପକୂଳ ଓଡ଼ିଶାରେ ବି ବର୍ଷା ଆରମ୍ଭ ହୋଇ ଯାଇଛି । ଟୁଇନ୍ ସିଟିରେ ବି ଝିପ୍‌ ଝିପ୍‌ ବର୍ଷା ଲାଗି ରହିଛି । 

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial