ଓଡ଼ିଶାକୁ ରେଡ୍ ଆଲର୍ଟ । ପ୍ରବଳ ବର୍ଷା ନେଇ ଓଡିଶାକୁ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ । ପୂର୍ବ ଓ ପଶ୍ଚିମ ଭାଗରେ ସକ୍ରିୟ ଦୁଇଟି ଲଘୁଚାପ ପାଇଁ ଦେଶର ୫ଟି ରାଜ୍ୟକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆସାମ ଓ ମେଘାଳୟକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଆଜି ସକାଳୁ ଆହୁରି ଘନୀଭୂତ ହୋଇ ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।
ଏହା ପ୍ରଭାବରେ ସାରା ଓଡ଼ିଶାରେ ବର୍ଷା ଲାଗି ରହିଛି । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଆଜି ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ଯାଜପୁର, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁରରେ ପ୍ରବଳ ବର୍ଷା ହେବ । ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ହୋଇପାରେ । ସେହିପରି ଅନ୍ୟ ୭ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
Leave a Reply