ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳ ଉପରେ ସକ୍ରିୟ ରହିଛି ଲଘୁଚାପ । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ୩ ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ଅନୁମାନ କରାଯାଇଛି ।
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ଓ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୩ ଜିଲ୍ଲା କଳାହାଣ୍ଡି, ରାୟଗଡ଼ା ଓ ଗଜପତିକୁ ଓ ନବରଙ୍ଗପୁରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ବର୍ଷା ସହ ସମୁଦ୍ର ଅଶାନ୍ତ ରହିବା ଯୋଗୁଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ୨୦ ତାରିଖରୁ କମିବ ବର୍ଷାର ପରିମାଣ।
Leave a Reply