ଆସନ୍ତାକାଲି ଶ୍ରୀରାମନବମୀ ପାଇଁ ୫ଘଣ୍ଟା ବନ୍ଦ ରହିବ ଶ୍ରୀମହାପ୍ରଭୁଙ୍କ ଦର୍ଶନ

ଆସନ୍ତାକାଲି ପବିତ୍ର ଶ୍ରୀରାମନବମୀ ପାଇଁ ଶ୍ରୀମନ୍ଦିରରେ ୫ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ରାମନବମୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ। ସ୍ୱତନ୍ତ୍ର ନୀତି ପାଳନ ହେବା ପାଇଁ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ପରେ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଜି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial