ଅଗଷ୍ଟ ୯ ତାରିଖ ତଥା ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ସୁଭଦ୍ରା ଟଙ୍କା । ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ଯୋଗ୍ୟ ହିତାଧିକାରୀଙ୍କୁ ମିଳିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଏହାପରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ । ୨୧ ବର୍ଷ ହୋଇଥିବା ଯୁବତୀ ପୁଣି ଥରେ କରିପାରିବେ ଆବେଦନ । ତାସହ ପୂର୍ବରୁ ବାଦ୍ ପଡ଼ିଥିବା ୨ ଲକ୍ଷ ହିତାଧିକାରୀଙ୍କୁ ଯୋଡ଼ିବା ପାଇଁ ଆଉ ଥରେ ହେବ ସର୍ଭେ । ଗାଡ଼ି କିଣା ଏବଂ ୫ ଏକର ଜମି ଥିବା ସହ ଆଇଟି ରିଟର୍ଣ୍ଣ କରିଥିବାରୁ ସେମାନଙ୍କୁ ବାଦ୍ ଦିଆଯାଇଛି । ସେହିପରି ୯୩ ହଜାର ହିତାଧିକାରୀଙ୍କୁ ୬୦ ବର୍ଷ ହୋଇଥିବାରୁ ସାମାଜିକ ଓ ସୁରକ୍ଷା ବିଭାଗକୁ ତାଙ୍କ ଲିଷ୍ଟ ପଠେଇ ଦିଆଯାଇଛି । ଏହି ଆଧାରକୁ ନେଇ ପୁଣି ଥରେ ଚୟନ କରାଯିବ ।
ଅଗଷ୍ଟ ୯ ତାରିଖରେ ସୁଭଦ୍ରାର ତୃତୀୟ କିସ୍ତି ସହ ଖୋଲିବ ସୁଭଦ୍ରା ପୋର୍ଟାଲ ।

Leave a Reply