ରାଜ୍ୟରେ ବିଭିନ୍ନ ସ୍ଥାନରେ ୧୧ତାରିଖ ଯାଏଁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ।

ଆଜିଠୁ କମିବ ବର୍ଷାର ପରିମାଣ । ରାଜ୍ୟରେ ୧୧ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଜି ପୂରା ରାଜ୍ୟକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହି ସମୟରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ଆସନ୍ତାକାଲି ପାଇଁ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ବର୍ଷାର ସମ୍ଭାବନା ନାହିଁ । କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ କାଁ ଭାଁ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଶୁକ୍ରବାର କଟକରେ ୪୯.୨ ମି.ମି. ବର୍ଷା ହୋଇଥିବାବେଳେ ଭୁବନେଶ୍ୱର ୩୨.୬, କେନ୍ଦୁଝର ୧୨ ଏବଂ ଜଗତସିଂହପୁରରେ ୧୯.୩ ମି.ମି. ବର୍ଷା ହୋଇଛି ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାବେଳେ ଟ୍ରପ୍‌ ଲାଇନ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆହୁରି ୨୪ଘଣ୍ଟା ଧରି ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଶନିବାର ସାରା ରାଜ୍ୟରେ ବିଜୁଳି ଘଡଘଡି ସହ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି ହୋଇଛି । ଆସନ୍ତା ୯ ତାରିଖ ଯାଏ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କତା ଜାରି ହୋଇଥିବା ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି ସୂଚନା ଦେଇଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial