ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ; ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢାଉ ।

ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢାଉ । BMC ଅଫିସ୍‌ ସମେତ ଭୁବନେଶ୍ୱର ଘରେ ଚଢାଉ ଜାରି । ଭୁବନେଶ୍ୱର, ଖୋର୍ଦ୍ଧା ଓ ରାୟଗଡରେ ଚାଲିଛି ଚଢାଉ । ବଡ଼ଗଡ଼ ବ୍ରିଟ୍‌ କଲୋନୀରେ ଥିବା ଘରେ ମଧ୍ୟ ଚଢାଉ । ଭୁବନେଶ୍ୱର ଭିଜିଲାନ୍ସ ସ୍ୱତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଜଗନ୍ନାଥ ପଟ୍ଟନାୟକଙ୍କ ସମ୍ପର୍କୀୟ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରୁଛି । ଭିଜିଲାନ୍ସର ୬ ଜଣ ଡିଏସ୍‌ପି, ୧୦ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏହି ଚଢ଼ାଉ କାର୍ଯ୍ୟ ଚାଲିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial