ସମ୍ବଲପୁରରେ ଜଣେ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ।

ପୁଣି ଗଣଦୁଷ୍କର୍ମ ଅଭିଯୋଗ । ସମ୍ବଲପୁର ଯୁଯୁମୁରା ଥାନା ଅଞ୍ଚଳରେ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଜଣେ ନାବାଳିକା ଗଣଦୁଷ୍କର୍ମର ଶିକାର ହୋଇଥିବା ଯୁଯୁମୁରା ଥାନାରେ ଅଭିଯୋଗ ହୋଇଛି । ଏନେଇ ବରିଷ୍ଠ ପୁଲିସ ଅଧିକାରୀ ଜଣାଇଛନ୍ତି । ଏହି ଘଟଣାରେ ୫ଜଣ ସମ୍ପୃକ୍ତ ଥିବାବେଳେ ୪ ଜଣକୁ ପୁଲିସ ଉଠାଇନେଇଛି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି । ତେବେ ଏହି ଘଟଣାରେ ଅନ୍ୟ ଜଣେ ଫେରାର ରହିଛି । ପୁଲିସ ଅଭିଯୁକ୍ତକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial