ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ସ୍ୱାଗତ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସମଗ୍ର ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି, “କୋଟି ଓଡ଼ିଆଙ୍କ ମଉଡ଼ମଣି ହେଉଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥ। ରାଜ୍ୟର ବିକାଶ ତଥା ସମସ୍ତଙ୍କର କଲ୍ୟାଣ ପାଇଁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଚରଣକମଳରେ ମୁଁ ପ୍ରାର୍ଥନା ଜଣାଉଛି ।” ଏହା ସହ ନିୟମ, ନିଷ୍ଠାର ସହ ରଥଯାତ୍ରାରେ ସାମିଲ ହୋଇ ରଥାରୁଢ଼ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ କରି ଆଶୀର୍ବାଦ ଲାଭ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିପରି ରାଜ୍ୟପାଳ ହରିବାବୁ କମ୍ଭମ୍ପତି ମଧ୍ୟ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶାନ୍ତି ଓ ସୁଖ ସମୃଦ୍ଧିର କାମନା କରିବା ସହ ପ୍ରଭୁଙ୍କର ସ୍ବର୍ଗୀୟ ଆଶୀର୍ବାଦ କାମନା କରି ଶୁଭେଚ୍ଛା ଜଣାଇଛନ୍ତି ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial