ଚିକିତ୍ସା ପରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି, ଆଜି ହସ୍ପିଟାଲରୁ ଡିସଚାର୍ଜ ହେବା ନେଇ ବିଜେଡି ପକ୍ଷରୁ ସୂଚନା ।

ଆଜି ହସ୍ପିଟାଲରୁ ଡିସଚାର୍ଜ ହେବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ବିଜେଡି ପକ୍ଷରୁ ଏକ୍ସରେ କୁହାଯାଇଛି । ଡିହାଇଡ୍ରେସନ କାରଣରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା । ଚିକିତ୍ସା ପରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଉନ୍ନତି ଆସୁଛି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଶାବାସୀଙ୍କ ଭଲପାଇବା ତାଙ୍କ ସହ ରହିଛି । ନବୀନ ପଟ୍ଟନାୟକ ସୁସ୍ଥ ଥିବାଏକ ଭିଡିଓ ବାର୍ତ୍ତାରେ ସୂଚନା ଦେଇଛନ୍ତି । ଡାକ୍ତରଙ୍କୁ ମୁଁ ସୁସ୍ଥ ଅଛି କହିଲେ ନବୀନ । ଡିହାଇଡ୍ରେସନ ଜନିତ ଅସୁସ୍ଥତା ଯୋଗୁ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଚିକିତ୍ସା ପରେ ସେ ସୁସ୍ଥ ଅଛନ୍ତି ଓ ଭଲ ଅନୁଭବ କରୁଛନ୍ତି ବୋଲି ନବୀନ ଏକ ଭିଡ଼ିଓରେ କହିଛନ୍ତି ।

ଗତକାଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ଡାକ୍ତରଖାନା ଗସ୍ତ କରି ନବୀନଙ୍କୁ ଯୋଗାଇ ଦିଆଯାଉଥିବା ଚିକିତ୍ସା ନେଇ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ । ସେହିପରି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ନବୀନଙ୍କ ଦ୍ରୁତ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ଏପଟେ ନବୀନ ପଟ୍ଟନାୟଙ୍କୁ ଦେଖିବା ପାଇଁ ବିଜେଡିର ବହୁ ବରିଷ୍ଠ ନେତା ମେଡିକାଲରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ପଚାରି ବୁଝିଥିଲେ । ଖୁବଶୀଘ୍ର ସେ ହସ୍ପିଟାଲରୁ ଡିସଚାର୍ଜ ହେବେ ବୋଲି କହିଛି ବିଜେଡି । ନବୀନଙ୍କ ସୁରକ୍ଷା ପାଇଁ ଘରୋଇ ହସ୍‌ପିଟାଲ ଆଗରେ ଏକ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଛି ।

ସୂଚନା ଅନୁସାରେ, ଗତକାଲି ନବୀନ ଅସୁସ୍ଥ ହୋଇପଡିଥିଲେ । ତାଙ୍କୁ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ଆଲୋକ ପାଣିଗ୍ରାହୀ ତାଙ୍କୁ ଚିକିତ୍ସା କରିଥିଲେ । ଗତ ଜୁନ୍ ମାସ ୨୦ ତାରିଖରେ ସର୍ଭିକାଲ ଆଥ୍ରାଇଟିସ୍ ଅସ୍ତ୍ରୋପଚାର ନିମନ୍ତେ ମୁମ୍ବାଇ ଯାଇଥିଲେ ନବୀନ ପଟ୍ଟନାୟକ । ସେଠାରେ ୨୦ ଦିନ ରହିବା ପରେ ଗତ ଜୁଲାଇ ୧୨ ତାରିଖରେ ନବୀନ ଭୁବନେଶ୍ୱର ଫେରିଥିଲେ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial