ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲା ପରେ ସାମୂହିକ ଛୁଟି ନିଷ୍ପତ୍ତିକୁ ସ୍ଥଗିତ ରଖିଛି OAS ସଂଘ ।

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଏଏସ୍ ସଂଘ । ସାମୂହିକ ଛୁଟି ନିଷ୍ପତ୍ତି ସ୍ଥଗିତ । ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ମରାଯିବା ଘଟଣାରେ ସାମୂହିକ ଛୁଟି ନିଷ୍ପତ୍ତିକୁ ସାମୟିକ ସ୍ଥଗିତ ରଖିଛି ସଂଘ । ଗତକାଲି ରାତିରେ OAS ସଂଘ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ଅପରାଧୀ ଯେତେ ଶକ୍ତିଶାଳୀ ହୁଅନ୍ତୁ ନା କାହିଁକି ଆଇନ ଅନୁଯାୟୀ କଠୋର ଦଣ୍ଡ ମିଳିବ ।

ଏହି ମାମଲାରେ ବର୍ତ୍ତମାନ ସୁଦ୍ଧା ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । ଅନ୍ୟମାନଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରହିଛି । ସାମୂହିକ ଛୁଟିରେ ଯିବା କିମ୍ବା ଏପରି କୌଣସି ପଦକ୍ଷେପ ନନେବାକୁ କହିଥିଲେ ମୁଖ୍ୟମନ୍ତ୍ରୀ । ଏହାପରେ ଓଏଏସ ସଂଘ ସାମୂହିକ ଛୁଟି ନିଷ୍ପତ୍ତିରୁ ଓହରିଛି । ସେହିପରି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ସହ ମଧ୍ୟ ଆଲୋଚନା କରିଥିଲେ OAS ସଂଘର କର୍ମକର୍ତ୍ତା । BMC ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ପ୍ରତିବଦରେ ଛୁଟି ନିଷ୍ପତ୍ତି ନେଇଥିଲା ସଂଘ । ଏହା ଅତ୍ୟନ୍ତ ନିନ୍ଦନୀୟ ଘଟଣା । ଘଟଣାରେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛି ସଂଘ ।

Leave a Reply

Your email address will not be published. Required fields are marked *

Social media & sharing icons powered by UltimatelySocial